heavy rain alert in odisha

ବଙ୍ଗୋପସାଗରରେ ଲଘୁଚାପ : 13ଟି ଜିଲ୍ଲାକୁ ବର୍ଷା ସତର୍କ ସୂଚନା

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ଜାରି ରହିଛି । ଏହା ସହ ଆଜି 13ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ସମ୍ଭାବନା ରହିଛି । ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସତର୍କ ସୂଚନା ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ନୂଆପଡ଼ା, କଳାହାଣ୍ଡି, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ଭଦ୍ରକ ପାଇଁ ଏହି ସତର୍କ ସୂଚନା ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *