ହାଇଦ୍ରାବାଦ ଗଣଦୁଷ୍କର୍ମ ମାମଲା : ଅଭିଯୁକ୍ତଙ୍କୁ ଜନତାଙ୍କ ହାତକୁ ଦେବାକୁ ଜୟାଙ୍କ ଦାବି

ହାଇଦ୍ରାବାଦର ମହିଳା ପଶୁ ଡାକ୍ତରାଣୀଙ୍କ ଗଣଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ଆଜି ସରଗରମ ରହିଛି ସଂସଦ ଭବନ । ଏହି ମାମଲାରେ ରାଜ୍ୟସଭାରେ 2ଜଣ ସାଂସଦ କଡା ଟିପ୍ପଣୀ ରଖିଛନ୍ତି। ଏପରିକି ଏସପି ସାଂସଦ ଜୟା ବଚ୍ଚନ ଦୋଷୀଙ୍କୁ ଲୋକମାନଙ୍କ ହାତରେ ଟେକି ଦେବାକୁ କହିଛନ୍ତି । ରାଜ୍ୟସଭାରେ ଚର୍ଚ୍ଚା ସମୟରେ ଜୟା ବଚ୍ଚନ କହିଛନ୍ତି ଯେ, ବଳାତ୍କାରୀଙ୍କୁ ବାହାରକୁ ଆଣି ଲୋକମାନଙ୍କ ହାତରେ ଦେଇ ଦେବା ଉଚିତ୍। ସେହିପରି ଏଆଇଡିଏମକେର ସାଂସଦ ବିଜିଲା ସତ୍ୟାନନ୍ଦ ଦୋଷୀଙ୍କୁ ଏକ ମାସ ମଧ୍ୟରେ ଫାଶୀ ଦେବାକୁ ଦାବି କରିଛନ୍ତି ।

Leave a Reply