ଆଜି 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା 1022କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 5 ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ବାଲେଶ୍ବର ଜିଲ୍ଲାରୁ ତିନି କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।  ଢେଙ୍କାନାଳରୁ 2 କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଗଜପତି, କେନ୍ଦ୍ରାପଡା, କୋରାପୁଟ, ପୁରୀ, କଳାହାଣ୍ଡିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା 1022କୁ ବୃଦ୍ଧି ହୋଇଛି।  ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି