ମୁମ୍ବାଇରୁ 23 ବାଂଲାଦେଶୀ ନାଗରିକ ଗିରଫ

ମୁମ୍ବାଇରେ ଅବୈଧ ଭାବରେ ଅବସ୍ଥାନ କରୁଥିବା 23 ଜଣ ବାଂଲାଦେଶୀଙ୍କୁ ଗିରଫ କରାଯାଇଛି । ମହାରାଷ୍ଟ୍ରର ପାଲଗଡ ଜିଲ୍ଲାରେ ଏହି 23 ଜଣ ନାଗରିକ ଅବୈଧ ଭାବରେ ଅବସ୍ଥାନ କରୁଥିଲେ । ସିଏଏକୁ ନେଇ ସମଗ୍ର ଦେଶରେ ବିରୋଧାଭାସ ଦେଖାଦେଇଥିବା ବେଳେ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌ ଏବଂ ମାନବଚାଲାଣକାରୀ ବିରୋଧୀ ସ୍କ୍ବାଡ୍‌ ପକ୍ଷରୁ ଚଢାଉ କରାଯାଇ ଏହି 23 ଜଣଙ୍କୁ ଗିରଫ କରାଯାଇଛି । ବୁଧବାର ଅର୍ଣ୍ଣାଲା ପୋଲିସ୍‌ ପକ୍ଷରୁ ଚଢାଉ କରାଯାଇ ଗିରଫ କରାଯାଇଛି ।