ଲକ୍‌ଡାଉନ୍‌ ପ୍ରଭାବ : 2021 ଜନଗଣନା ସ୍ଥଗିତ ରଖିଲେ ଯୋଗୀ ସରକାର

ଦେଶବ୍ୟାପୀ କରୋନା ପ୍ରଭାବରେ ଲକ୍‌ଡାଉନ୍‌ ରହିଥିବା ବେଳେ 2021ର ଜନଗଣନା ବା ଏନ୍‌ପିଆରକୁ ସ୍ଥଗିତ ରଖିଛନ୍ତି ଉତ୍ତର ପ୍ରଦେଶ ସରକାର । ଉଲ୍ଲେଖଯୋଗ୍ୟ ଯେ, ମାର୍ଚ୍ଚ ମାସରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏନ୍‌ପିଆର ଉପରେ ରୋକ୍‌ ଲଗାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା । ବର୍ତ୍ତମାନ ଦେଶରେ କରୋନା ମହାମାରୀ ପ୍ରକୋପରେ ଅର୍ଥନୀତି ସମ୍ପୂର୍ଣ୍ଣ ଭୁଷୁଡି ପଡିଛି ତେଣୁ ବର୍ତ୍ତମାନର ସମୟରେ ଏନ୍‌ପିଆର ସମ୍ଭବ ନୁହେଁ ବୋଲି ମତଦେବା ସହିତ 2021 ପର୍ଯ୍ୟନ୍ତ ଏହାକୁ ସ୍ଥଗିତ ରଖିବାର ନିଷ୍ପତ୍ତି ନେଇଛନ୍ତି ଯୋଗୀ ସରକାର ।

କରୋନା ଆତଙ୍କ : ଏନ୍‌ପିଆରକୁ ସ୍ଥଗିତ ରଖିଲା ଗୃହ ମନ୍ତ୍ରାଳୟ

ଦେଶରେ କରୋନାର ବର୍ଦ୍ଧିତ ପ୍ରଭାବ କାରଣରୁ ଏନ୍‌ପିଆର ଓ ଜନଗଣନାକୁ ସ୍ଥଗିତ ରଖିଛି ଗୃହ ମନ୍ତ୍ରାଳୟ । ବୁଧବାର ଗୃହ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି । ବୁଧବାର 34 ଜଣ ନୂତନ ସଂକ୍ରମିତଙ୍କ ସହିତ ଦେଶରେ ସମୁ ଦାୟ ସଂକ୍ରମିତଙ୍କ ସଂଖ୍ୟା 562ରେ ପହଞ୍ଚିବା ପରେ ଏନ୍‌ପିଆରକୁ ସ୍ଥଗିତ ରଖିବା ପାଇଁ ନିଷ୍ପତ୍ତି ନେଇଛନ୍ତି ଗୃହ ମନ୍ତ୍ରାଳୟ ।

ଏନ୍‌ଆର୍‌ସି ବିରୋଧୀ ବିଲ୍‌ ବିହାର ବିଧାନସଭାରେ ପାରିତ

ବିହାରରେ ଏନ୍‌ଆରସି ଲାଗୁ ନକରିବା ପାଇଁ ଏକ ବିଧେୟକ ପାରିତ ହୋଇଯାଇଛି । ମଙ୍ଗଳବାର ବିହାର ବିଧାନସଭାରେ ଏହି ବିଲ୍‌ଟି ପାରିତ ହୋଇଛି । ଏହା ସହିତ ରାଷ୍ଟ୍ରୀୟ ନାଗରିକ ପଞ୍ଜୀକରଣ (ଏନ୍‌ପିଆର) ଲାଗୁ କରିବା ପାଇଁ ମଧ୍ୟ ଏକ ବିଧେୟକ ଲାଗୁ କରାଯାଇଛି । ଏହି ବିଧେୟକ ଅନୁଯାୟୀ ରାଜ୍ୟରେ ଏନ୍‌ପିଆର ଲାଗୁ କରାଯିବ ମାତ୍ର 2010ରେ ଲାଗୁ କରାଯାଇଥିବା ଜନଗଣନା ଭଳି ଏହାକୁ ଲାଗୁ କରାଯିବା ନେଇ ବିଧେୟକରେ ଉଲ୍ଲେଖ କରାଯାଇଛି ।

ଏନ୍‌ପିଆର ଉପରେ ରୋକ୍‌ ଯାଚିକାକୁ ଖାରଜ କଲେ ସୁପ୍ରିମ୍‌କୋର୍ଟ

ସିଏଏ ଏବଂ ଏନ୍‌ପିଆର ବିରୋଧରେ ଆଗତ ଯାଚିକାର ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ । ଏହି ମାମଲାର ଶୁଣାଣି କରିବା ସହିତ ଏନ୍‌ପିଆର ଉପରେ ରୋକ୍‌ ଲଗାଇବାକୁ ସୁପ୍ରିମକୋର୍ଟ ମନା କରିଛନ୍ତି । ମାମଲାର ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଏନ୍‌ପିଆର ଉପରେ ରୋକ୍‌ ଲଗାଇବାକୁ ସର୍ବୋଚ୍ଚ କୋର୍ଟ ମନା କରିଛନ୍ତି । ସରକାରଙ୍କ ଯୁକ୍ତି ନ ଶୁଣି କୋର୍ଟ ରୋକ୍‌ ଲଗାଇ ପାରିବେ ନାହିଁ ବୋଲି କୁହାଯାଇଛି । ବିଭିନ୍ନ ଛାତ୍ର ସଙ୍ଗଠନ, କଂଗ୍ରେସ ଏବଂ ଅନ୍ୟାନ୍ୟ ବିରୋଧୀ ରାଜନେତାଙ୍କ ପକ୍ଷରୁ ଆଗତ 140ଟି ଯାଚିକା ଉପରେ ବିଚାର କରି ସୁପ୍ରିମକୋର୍ଟ ଏହି ନିଷ୍ପତ୍ତି ଶୁଣାଇଛନ୍ତି ।

ସିଏଏ ବିଭାଜନ ସୃଷ୍ଟିକାରୀ ଏବଂ ଏନ୍‌ପିଆର ହେଉଛି ଏନ୍‌ସିଆରର ଛାୟା : ସୋନିଆ

ସିଏଏ ବିଭାଜନ ସୃଷ୍ଟିକାରୀ ଏବଂ ଏନପିଆର ସହିତ ଏନ୍‌ସିଆରର ଛାୟା ବୋଲି ସୋନିଆ ଗାନ୍ଧୀ ମତ ଦେଇଛନ୍ତି । ଶନିବାର ଦିନ କଂଗ୍ରେସ ଅନ୍ତରୀଣ ସଭାପତି ଏହି ମତ ଦେଇଛନ୍ତି । ସିଏଏକୁ ନେଇ କେନ୍ଦ୍ର ସରକାର ଧର୍ମ ନାମରେ ବିଭାଜନ ସୃଷ୍ଟି କରୁଛନ୍ତି ଏବଂ ଏନ୍‌ପିଆର ଛାୟାରେ ଏନ୍‌ସିଆର ଲାଗୁ କରିବାର ପ୍ରୟାସ କରୁଛନ୍ତି ବୋଲି ସୋନିଆ ପ୍ରକାଶ କରିଛନ୍ତି । ଦେଶର ଛାତ୍ର ସମାଜ ଏହି ନିୟମକୁ ବିରୋଧ କରି ରାସ୍ତାକୁ ଓହ୍ଲାଇଛନ୍ତି ବୋଲି କାର୍ଯ୍ୟକାରୀ କମିଟି ବୈଠକରେ ସୋନିଆ ମତ ଦେଇଛନ୍ତି ।

ଏନ୍‌ଆରସି ଓ ଏନ୍‌ପିଆରକୁ ଦ୍ବିତୀୟ ନୋଟବନ୍ଦୀ ବୋଲି କହିଲେ ରାହୁଲ୍‌

କଂଗ୍ରେସ ଦଳ ଆଜି ୧୩୫ତମ ପ୍ରତିଷ୍ଠା ଦିବସ ପାଳନ କରୁଛନ୍ତି। ଏହି ଦିବସ ଅବସରରେ କଂଗ୍ରେସ ନାଗରିକତା ଆଇନ ବିଷୟକୁ ନେଇ ମୋଦି ସରକାରକୁ ଘେରିଛି। କଂଗ୍ରେସ ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ୍‌ ଗାନ୍ଧି ଏହାକୁ ଦ୍ବିତୀୟ ନୋଟବନ୍ଦୀ ବୋଲି କହିଛନ୍ତି। ରାହୁଲ୍‌ ଗାନ୍ଧି ଦଳର ମୁଖ୍ୟାଳୟରେ ଏନ୍‌ଆରସି ଓ ଏନ୍‌ପିଆରକୁ ଦ୍ବିତୀୟ ନୋଟବନ୍ଦୀ ବୋଲି କହିଛନ୍ତି। ଏଥିରେ ଭାରତର ଗରିବ ଲୋକଙ୍କର ବହୁତ କ୍ଷତି ହେବାକୁ ଯାଉଛି। ରାହୁଲ୍‌ କହିଛନ୍ତି ଯେ, ଏନ୍‌ଆରସି ଓ ଏନ୍‌ଆରପି ପ୍ରକ୍ରିୟା ଦ୍ବାରା ସରକାରଙ୍କ କିଛି ପୁଞ୍ଜିପତି ବନ୍ଧୁଙ୍କ ଲାଭ ହେବ। ପୂର୍ବରୁ ରାହୁଲ୍‌ ଗାନ୍ଧି ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ୍‌ କରି ’ଆରଏସଏସ୍‌’ର ପ୍ରଧାନମନ୍ତ୍ରୀ ଭାରତ ମାତାଙ୍କୁ ମିଛ କହୁଛନ୍ତି ବୋଲି କହିଥିଲେ।

ମୋଦି ସରକାରଙ୍କ କ୍ୟାବିନେଟ୍‌ ବୈଠକ : ଏନ୍‌ପିଆରକୁ ମଞ୍ଜୁରୀ

ନୂଆଦିଲ୍ଲୀରେ ମୋଦି ସରକାରଙ୍କ ପକ୍ଷରୁ ଏକ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହୋଇଯାଇଛି । ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏନ୍‌ପିଆରକୁ ମଞ୍ଜୁରୀ ମିଳିଛି । ମଙ୍ଗଳବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଜନଗଣନା(ଏନ୍‌ପିଆର) ନିମନ୍ତେ ସରକାର 8700 କୋଟିର ବଜେଟ୍‌ ନିର୍ଦ୍ଧାରଣ କରାଯାଇଛି । ମୋଦିଙ୍କ ବ୍ୟତିତ ଗୃହମନ୍ତ୍ରୀ ଅମିତ ଶାହା ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏହି ବୈଠକରେ ଉପସ୍ଥିତ ଥିଲେ ।