ସେନାକୁ ସଫଳତା : ସୋପିଆଁରେ 3 ଆତଙ୍କବାଦୀ ନିହତ

ଭାରତୀୟ ସେନାକୁ ମିଳିଛି ବଡ ସଫଳତା । ସୋପିଆଁରେ ମଙ୍ଗଳବାର ଘଟିଥିବା ଏହି ଏନ୍‌କାଉଣ୍ଟରରେ 3 ଜଣ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି । ମଙ୍ଗଳବାର ସକାଳୁ ସୋପିଆଁର ତୁର୍କଓ୍ବାଙ୍ଗାନ ଅଞ୍ଚଳରେ ସୁରକ୍ଷା ବଳ ଏବଂ ଆତଙ୍କୀଙ୍କ ମଧ୍ୟରେ ଏନ୍‌କାଉଣ୍ଟର ଘଟିଥିବା ନେଇ ରିପୋର୍ଟ ମିଳିଛି । ତିନି ଆତଙ୍କବାଦୀଙ୍କ ପରିଚୟ ମିଳି ନଥିବା ବେଳେ ସୁରକ୍ଷା ବଳଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ୍‌ ଜାରି ରହିଛି ।

ଦବିନ୍ଦର ସିଂ ମାମଲା : ସୋପିଆଁରେ ଏନ୍‌ଆଇଏର ଚଢାଉ

ଜମ୍ମୁ କାଶ୍ମୀରର ଡିଏସ୍‌ପି ଦବିନ୍ଦର ସିଂଙ୍କ ଆତଙ୍କମୀ ଲିଙ୍କ ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନ୍‌ଆଇଏ) ପକ୍ଷରୁ ଜମ୍ମୁ କାଶ୍ମୀରର ସୋପିଆଁରେ ଚଢାଉ କରାଯାଇଛି । ଶନିବାର ଏନ୍‌ଆଇଏର 20 ଜଣିଆ ଟିମ୍‌ ଜମ୍ମୁ କାଶ୍ମୀରରେ ପହଞ୍ଚିବା ପରେ ଆଜି ଚଢାଉ କରାଯାଇଛି । ଦବିନ୍ଦର ସିଂଙ୍କୁ ପଚରା ଉଚୁରା ସମୟରେ ହାସଲ କରାଯାଇଥିବା କିଛି ତଥ୍ୟ ଆଧାରରେ ଏହି ଚଢାଉ କରାଯାଉଛି । ଉଲ୍ଲେଖଯୋଗ୍ୟ ଯେ, ଗତ ମାସରେ ଦୁଇ ହିଜ୍‌ବୁଲ୍‌ ମୁଜାହିଦ୍ଦିନ ଆତଙ୍କବାଦୀଙ୍କ ସହିତ ଜମ୍ମୁ କାଶ୍ମୀର ଡିଏସ୍‌ପି ଦବିନ୍ଦର ସିଂଙ୍କୁ ଗିରଫ କରାଯାଇଥିଲା ।

ଜମ୍ମୁ କାଶ୍ମୀରର ସୋପିଆଁରେ ତିନି ଆତଙ୍କୀ ନିହତ

ଜମ୍ମୁ କାଶ୍ମୀରର ସୋପିଆଁ ଜିଲ୍ଲାରେ ତିନି ଆତଙ୍କୀ ପ୍ରାଣ ହରାଇଛନ୍ତି । ସୋମବାର ସୁରକ୍ଷା ବଳ ଅଧିକାରୀ ଏବଂ ଆତଙ୍କୀଙ୍କ ମଧ୍ୟରେ ଘଟିଥିବା ଏନ୍‌କାଉଣ୍ଟରରେ ତିନି ଆତଙ୍କୀ ପ୍ରାଣ ହରାଇଥିବା ନେଇ ସୂଚନା ମିଳିଛି । ସୋପିଆଁରେ ଆତଙ୍କୀଙ୍କ ଉପସ୍ଥିତି ନେଇ ସୂଚନା ପାଇ ପୋଲିସ୍‌ ପକ୍ଷରୁ ସର୍ଚ୍ଚ ଅପରେସନ୍‌ କରାଯାଇଥିବା ବେଳେ ଆତଙ୍କୀଙ୍କ ପକ୍ଷରୁ ଗୁଳିଚାଳନା କରାଯାଇଥିଲା । ପାଲଟା ଗୁଳିମାଡରେ ତିନି ଆତଙ୍କୀ ନିହତ ହୋଇଥିଲେ । ଘଟଣା ସ୍ଥଳରୁ ସୁରକ୍ଷା ବଳ ବିପୁଳ ପରିମାଣରେ ବିସ୍ଫୋରକ ଏବଂ ଅସ୍ତ୍ରଶସ୍ତ୍ର ଜବତ କରିଛନ୍ତି ।