ଅଗ୍ନି-3ର ରାତ୍ରିକାଳୀନ ସଫଳ ପରୀକ୍ଷଣ

ପ୍ରଥମ ଥର ପାଇଁ ଦେଶର ସବୁଠାରୁ ଶକ୍ତିଶାଳୀ କ୍ଷେପଣାସ୍ତ୍ର ଅଗ୍ନି-3ର ରାତ୍ରିକାଳୀନ ପରୀକ୍ଷଣ ସଫଳ ହୋଇଛି । ଶନିବାର ରାତି 7.18ରେ ଚାନ୍ଦବାଲି ନିକଟ ଅବଦୁଲ କଲାମ ଦ୍ୱୀପରୁ ଏହାର ପରୀକ୍ଷଣ କରାଯାଇଥିଲା । ଭାରତୀୟ ପ୍ରତିରକ୍ଷା ଗବେଷଣା ସଂଗଠନ(ଡିଆରଡିଓ) ଦ୍ୱାରା ବିକଶିତ ଅଗ୍ନି-3 ଇତି ମଧ୍ୟରେ ଭାରତୀୟ ସେନାରେ ସାମିଲ ହୋଇସାରିଛି । ପ୍ରାୟ 3 ହଜାର କିଲୋମିଟର ପର୍ଯ୍ୟନ୍ତ ଏହାର ଲକ୍ଷ୍ୟଭେଦ କ୍ଷମତା ରହିଛି। ଅର୍ଥାତ ଅଗ୍ନି-3ର ଲକ୍ଷ୍ୟଭେଦ ପରିଧି ଭିତରେ ପାକିସ୍ତାନର ସବୁ ଅଞ୍ଚଳ ଓ ଚୀନର ଅଧିକାଂଶ ଅଂଚଳ ଆସୁଛି ।